ଲୋକ କଳାକାରଙ୍କୁ ବିଜେଡି ପକ୍ଷରୁ ସମ୍ବର୍ଦ୍ଧନା

ଦେବଗଡ଼,ଏନ୍ଏନ୍ଏସ୍: ଦେବଗଡ଼ ଜିଲ୍ଲା ବିଜେଡି ପକ୍ଷରୁ ଆଜି ତିଳେଇବଣି ବ୍ଲକ ଅନ୍ତର୍ଗତ ସୁଗୁଡା ଗ୍ରାମଠାରେ ଲୋକ କଳାକାରଙ୍କୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଉପସ୍ଥିତିରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତି ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଇଂ ସୁଜିତ କୁମାର ପ୍ରଧାନ, ଜିଲ୍ଲା ବିଜୁ କୃଷକ ମୋର୍ଚ୍ଚା ସଭାପତି ଇଂ ଚିତ୍ତରଞ୍ଜନ ପ୍ରଧାନ, ବାରକୋଟ ବ୍ଲକ ପୂର୍ବତନ ଅଧ୍ୟକ୍ଷ ଦେବେନ୍ଦ୍ର କୁମାର ବେହେରା, ତିଳେଇବଣି ବ୍ଲକ ବିଜେଡି ସଭାପତି ବାବୁଲାଲ ପୃସେଠ, ନଗର ସଭାପତି ଶୁକଦେବ ଭଞ୍ଜ, ଜିଲ୍ଲା ଯୁବ ବିଜେଡି ସଭାପତି ପ୍ରତାପ କୁମାର ଦେବ, ଆଇନ ଜୀବୀ କାମାକ୍ଷା ପ୍ରାସାଦ ଗଙ୍ଗଦେବ, ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁଷମା ବେହେରା, ସମ୍ବଲପୁର କେନ୍ଦ୍ର ସମବାୟ ବ୍ୟାଙ୍କର ପୂର୍ବତନ ସଭାପତି ଅମରେନ୍ଦ୍ର ଗଙ୍ଗଦେବ, ଉପ ସଭାପତି ପୁଷ୍ପାଞ୍ଜଳି ସାମଲଙ୍କ ସମେତ ବହୁ ଦଳୀୟ ପଦାଧିକାରୀ ଉପସ୍ଥିତ ଥିଲେ।

ଏହି ଅବସରରେ ସୁଗୁଡା ଓ ଆଖପାଖ ପଞ୍ଚାୟତର ବହୁ ଲୋକ କଳାକାର ଦଳକୁ ଉତ୍ସାହିତ କରାଯାଇଛି। ପ୍ରାୟ ୨ ହଜାର ଲୋକ କଳାକାରଙ୍କୁ ଶାଢ଼ୀ, ଧୋତି ଓ ଅନ୍ୟାନ୍ୟ ସାମଗ୍ରୀ ବଣ୍ଟନ କରାଯାଇଥିଲା। ବିଜେଡିର ଏହି କାର୍ଯ୍ୟକ୍ରମକୁ ଉପସ୍ଥିତ କଳାକାର ମାନେ ପ୍ରଶଂସା କରିବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ।