ହସ୍ପିଟାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,ଏଜେନ୍ସି: କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଆଜି ସନ୍ଧ୍ୟା ୭ଟାରେ ତାଙ୍କୁ ନୂଆଦିଲ୍ଲୀସ୍ଥିତ ସାର ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହସ୍ପିଟାଲର ଅଧ୍ୟକ୍ଷ ଡା.ଡିଏସ ରାଣା କହିଛନ୍ତି ନିୟମିତ ଟେଷ୍ଟ ପାଇଁ ଆଜି ସନ୍ଧ୍ୟାରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସ୍ୱାସ୍ଥ୍ୟାବସ୍ଥା ସଂପୂର୍ଣ୍ଣ ଭାବେ ସ୍ଥିର ରହିଥିବା ସେ କହିଛନ୍ତି।