ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତଙ୍କୁ ହରିଦ୍ୱାରସ୍ଥିତ ମ୍ୟାକ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଶ୍ରୀ ରାୱତ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଯଥାଶୀଘ୍ର ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି । କଂଗ୍ରେସ ପ୍ରଦେଶ ଅଧ୍ୟକ୍ଷ କରନ ମାହରାଙ୍କ ସମେତ ଅନେକ କଂଗ୍ରେସ ନେତା ହସ୍ପିଟାଲରେ ପହଞ୍ଚିଛନ୍ତି ।

ଖବର ମୁତାବକ, ପୂର୍ବ ମୁଖ୍ୟମନ୍ତ୍ରୀ ହରିଶ ରାୱତ ଆଜି ସକାଳେ ହଲଦ୍ୱାନୀ ବାହାରିଥିଲେ । ଲଚ୍ଛୀବାଲା ଟୋଲ ପ୍ଲାଜା ପାଖରେ ସେ ଅସୁସ୍ଥ ଅନୁଭବ କରିଥିଲେ । ସେଠାରୁ ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଡାକ୍ତର ତୁରନ୍ତ ଯାଞ୍ଚ କରି କିଛି ଟେଷ୍ଟ କରିବାକୁ ପରାମର୍ଶ ଦେଇଥିଲେ ।