କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀରୁ ଆସିଲା ଡାକରା

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ପିସିସି ସଭାପତି ଚୟନକୁ ଦୃଷ୍ଟିରେ ରଖି କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀରୁ ଡାକରା ଆସିଛି। ଆସନ୍ତା ୫ ତାରିଖରେ ଦିଲ୍ଲୀ ପହଞ୍ଚିବାକୁ ନିର୍ଦ୍ଦେଶ ରହିଛି । କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ସମସ୍ତ ବିଧାୟକଙ୍କୁ ଭେଟି ଆଲୋଚନା କରିବେ । ଦିଲ୍ଲୀ ଡାକରା ନେଇ କଂଗ୍ରେସ ବିଧାୟକ ସୁର ରାଉତରାୟ ସୂଚନା ଦେଇଛନ୍ତି ।