ନୂଆଦିଲ୍ଲୀ,ଏଜେନ୍ସି: କଂଗ୍ରେସର ବରିଷ୍ଠ ନେତା ଅହମ୍ମଦ ପଟେଲଙ୍କ ସ୍ବାସ୍ଥ୍ୟାବସ୍ଥା ଧୀରେ ଧୀରେ ବିଗିଡ଼ିବାରେ ଲାଗିଛି। ଏନେଇ ତାଙ୍କୁ ମେଟ୍ରୋ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ସେ ଆଇସିୟୁରେ ଭର୍ତ୍ତି ଅଛନ୍ତି।
ସୂଚନା ଅନୁସାରେ ଅହମ୍ମଦ ପଟେଲ ଅକ୍ଟୋବର ପ୍ରଥମ ସପ୍ତାହରେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।