Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର  – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର 

ବାଲିଗୁଡ଼ା,ଏନ୍‌ଏନ୍‌ଏସ୍‌: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାସ୍ଥିତ କଳିଙ୍ଗ ବୈଶ୍ୟ ସଂଘ ପରିସରରେ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୩ଟି ବ୍ଲକ ବାଲିଗୁଡ଼ା, ତୁମୁଡ଼ିବନ୍ଧ, କୋଟଗଡ଼ ଓ ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳର ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ କନ୍ଧମାଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଳିକ ଯୋଗଦେଇ ନିର୍ମାଣ ଶ୍ରମିକଙ୍କୁ ବିଭିନ୍ନ ସହାୟତା ରାଶି ପ୍ରଦାନ କରିଥିଲେ । ସେହିପରି ସମ୍ମାନିତ ଅତିଥିଭାବେ ବାଲିଗୁଡ଼ା ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ବାଲିଗୁଡ଼ା ବ୍ଲକ ଅଧ୍ୟକ୍ଷା ନିଶାବତୀ ମଲ୍ଲିକ ଓ ତୁମୁଡ଼ିବନ୍ଧ ବ୍ଲକ ଅଧ୍ୟକ୍ଷା ବାସନ୍ତୀ ମାଝୀଙ୍କ ସମେତ କନ୍ଧମାଳ ଜିଲ୍ଲାର ବିଭିନ୍ନ ଟ୍ରେଡ଼ ୟୁନିଅନର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ । ସହକାରୀ ଶ୍ରମ ଅଧିକାରୀ କେଶବ ବେହେରା ଓ ସୁନିତା କୁମାରୀ ଦେବୀ କାର୍ଯକ୍ରମକୁ ସଂଚାଳନ କରିଥିଲେ । ଏହି ବ୍ଲକସ୍ତରୀୟ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିରରେ ୨୮୦ଜଣ ନିର୍ମାଣ ଶ୍ରମିକଙ୍କୁ ୯୧ଲକ୍ଷ ୩୯ହଜାର ୨୦୦ ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି । ସେଥିମଧ୍ୟରୁ ୧୫୮ଜଣ ହିତାଧିକାରୀଙ୍କୁ ନିଜ ପିଲାଙ୍କ ଶିକ୍ଷା ସହାୟତା ବାବଦକୁ ୮ଲକ୍ଷ ୫୪ହଜାର ୨୦୦ ଟଙ୍କା, ୬୫ଜଣ ହିତାଧିକାରୀଙ୍କୁ ବିବାହ ସହାୟତା ବାବଦକୁ ୨୯ ହଜାର ଟଙ୍କା, ୭ଜଣ ହିତାଧିକାରୀଙ୍କୁ ପ୍ରସୂତିକାଳୀନ ସହାୟତା ବାବଦକୁ ୭୦ ହଜାର ଟଙ୍କା, ୨୭ଜଣ ନିର୍ମାଣ ଶ୍ରମିକ କାର୍ଡଧାରୀଙ୍କ ପରିବାରବର୍ଗଙ୍କୁ ମୃତ୍ୟୁକାଳୀନ ସହାୟତା ବାବଦକୁ ୫୨ ହଜାର ଟଙ୍କା ଓ୨୩ଜଣ ପରିବାରବର୍ଗଙ୍କୁ ଅନ୍ତ୍ୟେଷ୍ଟିକ୍ରିୟା ସହାୟତା ବାବଦକୁ ୧ଲକ୍ଷ ୧୫ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିବା ବିଷୟ କନ୍ଧମାଳ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଏହାସହ ୧୫୦ଜଣ ନିର୍ମାଣ ଶ୍ରମିକଙ୍କୁ ନୂତନ କାର୍ଡ ପ୍ରଦାନ କରଯାଇଛି । ଜିଲ୍ଲା ଶ୍ରମ ଅଧିକାରୀ ତେଜ କୁମାର ବାଗେଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ସମସ୍ତ କାର୍ଯ୍ୟ ସମ୍ପାଦନ ହୋଇଛି ।