୧୧କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

ଝାରସୁଗୁଡା,ଏନ୍ଏନ୍ଏସ୍: ଝାରସୁଗୁଡା ଜିଲ୍ଲା କୋଲାବିରା ବ୍ଲକ୍ ଅମାତି ଗ୍ରାମରେ ବିଳମ୍ବିତ ରାତିରେ ହାଇୱା ଗାଡ଼ି ନଂ-ଓଡ଼ି-୨୩ଜି-୯୬୩୬ରୁ ମେଟାଲ ଅନଲୋଡିଂ କରୁଥିବା ବେଳେ ୧୧କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିର ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଯମନକିରା ଥାନା ବନ୍ଧାଭୁଇଁ ଗ୍ରାମର କୈଳାସ ବେହେରା(୩୭)।

ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମିତ ହେବାକୁ ଥିବା ରାସ୍ତାରେ ମେଟାଲ ଖାଲି କରୁଥିବାବେଳେ ଏହି ଅଭାବନୀୟ ଘଟଣା ଘଟିଛି। ଏ ନେଇ କୋଲାବିରା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ୧୭/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାଯାଇଛି।