ରାଜ୍ୟରେ ୩ ଲକ୍ଷ ୨୮ ହଜାର ଟପିଲା ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ; ନୂଆ ପଜିଟିଭ ସଂଖ୍ୟା ୩୩୪

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସଂକ୍ରମଣରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୩୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ କରୋନା ପଜିଟିଭଙ୍କ ସଂଖ୍ୟା ୩ ଲକ୍ଷ ୨୮ ହଜାର ୨୦୧କୁ ବୃଦ୍ଧି ପାଇଛି। ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୧୯୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୪୦ ଜଣ ରହିଛନ୍ତି।

୨୮ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡରୁ ସର୍ବାଧିକ ୪୦, ଖୋର୍ଦ୍ଧା ଓ ସମ୍ବଲପୁରରୁ ୩୦ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ମୋଟ ଆକ୍ରାନ୍ତଙ୍କ ଭିତରୁ ୩ ଲକ୍ଷ ୨୩ ହଜାର ୩୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨,୯୧୩ ଜଣ ସକ୍ରିୟ ରହିଛନ୍ତି।