ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ ଦିନକୁ ଦିନ ବେଲଗାମ ହେଉଛି ମହାମାରୀ କରୋନା। ବିଗତ କିଛି ଦିନ ହେବ ଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୪୯,୩୧୦ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୪୦ ଜଣଙ୍କ ମୃତ୍ୟୁ ହୋଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁସାରେ ଆଜି ସକାଳ ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୯୪୫ରେ ପହଞ୍ଚିଛି। ସେଥିମଧ୍ୟରୁ ୩୦ ହଜାର ୬୦୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୪ ଲକ୍ଷ ୪୦ ହଜାର ୧୩୫ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ୮ ଲକ୍ଷ ୧୭ ହଜାର ୨୦୯ ଜଣ ସୁସ୍ଥ ହୋଇଛନ୍ତି।