ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭ ଲକ୍ଷ ଟପିଲା; ଦିନକରେ ୫୪,୭୩୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,ଏଜେନ୍ସି: ବିଶ୍ୱରେ କରୋନା ସଂକ୍ରମଣ ଦିନକୁ ଦିନ ବଢିବାରେ ଲାଗିଛି। ଇତି ମଧ୍ୟରେ ଭାରତରେ ପୁଣି ୫୪,୭୩୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭ ଲକ୍ଷ ୫୦ ହଜାର ୭୨୪ରେ ପହଞ୍ଚିଛି। ସେହିପରି ଦେଶରେ ଆଜି କରୋନାରେ ୮୫୩ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭ ହଜାର ୩୬୪କୁ ବୃଦ୍ଧି ପାଇଛି।

ବର୍ତ୍ତମାନ ଦେଶରେ ୫ ଲକ୍ଷ ୬୭ ହଜାର ୭୩୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଏଥିସହ ୧୧ ଲକ୍ଷ ୪୫ ହଜାର ୬୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।