୨୪ ଘଣ୍ଟାରେ ୨୬,୬୨୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ୨୯,୬୯୦ସୁସ୍ଥ

ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ଦୈନିକ ସଂକ୍ରମଣ ୩୦ହଜାର ମଧ୍ୟରେ ସୀମିତ ରହୁଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ ଦେଶରୁ ୨୬,୬୨୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହପରି ୨୯,୬୯୦ ଜଣ ରୋଗୀ କରୋନାରୁ ଆରୋଗ୍ୟ ମଧ୍ୟ ହୋଇଥିବା ସୂଚନା ରହିଛି। ଚିକିତ୍ସାଧୀନ ଅବସ୍ଥାରେ ୩୪୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଫଳରେ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୫ ହଜାର ୪୭୭ରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୦,୩୧,୨୨୩କୁ ବୃଦ୍ଧି ପାଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୩,୦୫,୩୪୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୯୫,୮୦,୪୦୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।