ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ ଦିନକୁ ଦିନ କରୋନା ସ୍ଥିତି ପୁଣି ବିଗିଡ଼ିବାରେ ଲାଗିଛି। ଟିକାକରଣ ଚାଲିଥିଲେ ସୁଦ୍ଧା କରୋନା ସଂକ୍ରମଣ ପରିମାଣ ଦୈନିକ ବଢ଼ିବାକୁ ଲାଗିଛି। ଏହି ମଧ୍ୟରେ ଦେଶରେ ଗତ ୨୪ ଘଣ୍ଟାରେ ୩୯,୭୨୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୧୫୪ ଜଣ କରୋନା ରୋଗୀଙ୍କ ମୃତ୍ୟୁ ମଧ୍ୟ ହୋଇଛି।
ଫଳରେ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୧ କୋଟି ୧୫ ଲକ୍ଷ ୧୪ ହଜାର ୩୩୧କୁ ବୃଦ୍ଧି ପାଇଛି। ସେଥିରୁ ୧ କୋଟି ୧୦ ଲକ୍ଷ ୮୩ ହଜାର ୬୭୯ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧ ଲକ୍ଷ ୫୯ ହଜାର ୩୭୦ ଜଣଙ୍କ ମୃତ୍ୟୁ ହୋଇସାରିଛି। ସେହିପରି ୨ ଲକ୍ଷ ୭୧ ହଜାର ୨୮୨ ଜଣ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପଟେ ଦେଶରେ ୩ କୋଟି ୯୩ ଲକ୍ଷ ୩୯ ହଜାର ୮୧୭ ଜଣ ଟିକା ନେଇସାରିଲେଣି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି।