ଭୁବନେଶ୍ୱର,ଏନ୍ଏନ୍ଏସ୍: ଗଞ୍ଜାମରେ ଆଉ ୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ୫ଜଣ ଯାକ ସୁରତ ଫେରନ୍ତା ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ ୩୯, ୪୯, ୧୬, ୪୮, ୪୫ ଓ ସମସ୍ତେ ପୁରୁଷ। ଏଥି ସହିତ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟାକୁ ୨୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସୂଚନାନୁଯାୟୀ, ଆଜି ସକାଳେ ଗଞ୍ଜାମରୁ ୧୨ ଜଣ, ଭଦ୍ରକରୁ ଜଣେ, ସୁନ୍ଦରଗଡ଼ରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ସେହିପରି ଅପରାହ୍ନରେ ଗଞ୍ଜାମରୁ ଜଣେ ଓ ପ୍ରଥମକରି ନୟାଗଡ଼ରୁ ଜଣେ ଚିହ୍ନଟ ହୋଇଥିଲେ। ଏହାକୁ ମିଶାଇ ବର୍ତ୍ତମାନ ୧୯ଟି ଜିଲ୍ଲାକୁ କରୋନା ତା’ର କାୟା ବିସ୍ତାର କରିବାରେ ଲାଗିଛି। ଗଞ୍ଜାମ ଜିଲ୍ଲାରେ ହୁ ହୁ ହୋଇ କରୋନା ଆକ୍ରାନ୍ତ ବଢ଼ିବାରେ ଲାଗିଛନ୍ତି।
ସୂଚନାଯୋଗ୍ୟ, ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୪ ଥିଲାବେଳେ ୬୮ଜଣ ସୁସ୍ଥ ହୋଇଛନ୍ତି ଓ ଦୁଇ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଆଉ ଅନ୍ୟ ୨୨୪ ଜଣ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।