ଭୁବନେଶ୍ୱରରେ ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ଆଜି ୧୩ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୫ଜଣ ଓ ସ୍ଥାନୀୟ ସଂକ୍ରମଣ ୮ଜଣ ରହିଛନ୍ତି। ଅନ୍ୟପଟେ ୭ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଫଳରେ ସୁସ୍ଥ ତୁଳନାରେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଆଜିର ୧୩ଜଣ ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୧୨ ହୋଇଥିବାବେଳେ ୩୧ହଜାର ୬୬୧ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୪୯ ଜଣଙ୍କର ମୃତ୍ୟୁ ଘଟିଛି ଓ ୮୧ଜଣ ଚିକିତ୍ସିତ ହେଉଛନ୍ତି।