ରାଜ୍ୟରେ ବଢ଼ୁଛି କରୋନା ଜନିତ ମୃତ୍ୟୁ ସଂଖ୍ୟା, ଆଉ ୧୪ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ୮ ହଜାରରୁ ଅଧିକ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି। ଏଥିସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୪୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ମୃତ୍ୟୁ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ କୋରାପୁଟ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଖୋର୍ଦ୍ଧା ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ ଏବଂ ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି।