ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ରେ ପହଂଚିଥିବା ନେଇ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଥିଲା। ଆଉ ଏବେ ଏହି ସଂଖ୍ୟା ନେଇ ସ୍ୱାସ୍ଥ୍ୟ ବିଭାଗ ସ୍ପଷ୍ଟୀକରଣ ଦେଇଛି। କାରଣ ଆଜି ଗଞ୍ଜାମର ଯେଉଁ ଦୁଇ ଜଣଙ୍କର ମୃତ୍ୟୁ ଦର୍ଶାଯାଇଥିଲା ସେଥିରେ ଜଣଙ୍କର କରୋନା ରିପୋର୍ଟ ନେଗେଟିଭ ଆସିଛି। ତେବେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫ ନୁହେଁ ୪କୁ ବୃଦ୍ଧି ପାଇଛି। ଏଥି ସହିତ ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୨ ରହିଛି।