ଭିଡିଓ କନଫରେନ୍ସିଂ ଜରିଆରେ କରୋନା ସମ୍ପର୍କିତ ଆଲୋଚନା, ସରପଞ୍ଚମାନଙ୍କୁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସ୍ଥିତି ଓ ଏହାର ମୁକାବିଲାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ ଆଜି ରାଜ୍ୟର ସମସ୍ତ ସରପଞ୍ଚଙ୍କ ସହ ଭିଡିଓ କନଫରେନସିଂ ଜରିଆରେ ଆଲୋଚନା କରିଛନ୍ତି। ଏହି ପରିପ୍ରେକ୍ଷୀରେ ସେ ସରପଞ୍ଚମାନଙ୍କୁ ଶପଥ ପାଠ କରାଇଛନ୍ତି। ଲୋକଙ୍କୁ କରୋନା ସମ୍ପର୍କରେ ଅବଗତ କରାଇବା ସହ ରୋକିବା ପାଇଁ ପଦକ୍ଷେପ ନେବାକୁ ସରପଞ୍ଚ ଶପଥ ପାଠ କରିଛନ୍ତି।

 

ଏଥିସହ ଅନ୍ୟରାଜ୍ୟ ତଥା ସଂକ୍ରମିତ ଅଞ୍ଚଳରୁ ଆସୁଥିବା ଲୋକମାନଙ୍କୁ କ୍ୱାରେଣ୍ଟାଇନରେ ରଖିବା ଓ ସେମାନଙ୍କ ବିଷୟରେ ସବିଶେଷ ତଥ୍ୟ ସଂଗ୍ରହ କରିବା ନେଇ ସରପଞ୍ଚମାନେ ଶପଥ ପାଠ କରିଛନ୍ତି। ପଞ୍ଚାୟତରେ କରୋନାକୁ ପୁରାଇ ଦେବୁନାହିଁ ବୋଲି ସମସ୍ତ ପଞ୍ଚାୟତ ପ୍ରତିନିଧିମାନେ ଶପଥ ନେଇଛନ୍ତି। ଏଥିରେ ମୋଟ ୬,୭୯୮ ପଞ୍ଚାୟତର ସରପଞ୍ଚଙ୍କ ସହ ଭିଡ଼ିଓ କନଫରେନ୍ସି ଜରିଆରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି।

ପୂର୍ବରୁ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ସରପଞ୍ଚମାନଙ୍କୁ ଜିଲ୍ଲାପାଳଙ୍କ କ୍ଷମତା ପ୍ରଦାନ କରିଛନ୍ତି।