ଦେବଗଡ଼,ଏନ୍ଏନ୍ଏସ୍: କରୋନା ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତା ବଜାୟ ରାକ୍ଷା କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଉଥିବା ନିର୍ଦ୍ଦେଶନାମାକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଜନ ସଚେତନତା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆଜି ଦେବଗଡ଼ ଜିଲ୍ଳା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ସୁଧାଂଶୁ ମୋହନ ସାମଲଙ୍କ ନିର୍ଦ୍ଦେଶରେ ଦେବଗଡ଼ ପୌରାଞ୍ଚଳ ସମେତ ଜିଲ୍ଲାର ୩ଟି ବ୍ଲକରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନକୁ ଛାଡି ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନ ଗୁଡିକୁ ବନ୍ଦ କରିଦିଆଯାଇଛି। ଏଥିସହ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି କଟକଣାକୁ ପାଳନ କରିବା ପାଇଁ ଜିଲ୍ଲା ପ୍ରଶସନ ପକ୍ଷରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଘୋଷଣା କରାଯାଇଛି।
