ଦେଶରେ କାୟା ମେଲାଉଛି କରୋନା, ୧୨ ଘଣ୍ଟାରେ ୧୩୧ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ ଦିନକୁ ଦିନ କରୋନା ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ୧୨ ଘଣ୍ଟା ମଧ୍ୟରେ ଦେଶରେ ୧୩୧ ନୂଆ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୬୫କୁ ବୃଦ୍ଧି ପାଇଛି। ଏହି ପରିପ୍ରେକ୍ଷୀରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫୦କୁ ବୃଦ୍ଧି ପାଇଛି। ଅପରପକ୍ଷରେ ସଂକ୍ରମିତଙ୍କ ମଧ୍ୟରୁ ୧୨୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ବର୍ତ୍ତମାନ ୧୭୬୪ ଜଣ କରୋନା ଆକ୍ରାନ୍ତଙ୍କ ଚିକିତ୍ସା କରାଯାଉଥିବା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।