କଟକ, ଏନ୍ଏନ୍ଏସ୍: କଟକ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣେ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି। ଏହି ହସ୍ପିଟାଲର ନିର୍ଦ୍ଦେଶକ ଡା. ଲଲାଟେନ୍ଦୁ ଷଡ଼ଙ୍ଗୀ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଶ୍ରୀ ଷଡ଼ଙ୍ଗୀ କହିଛନ୍ତି, କର୍କଟ ରୋଗୀ ଜଣକ ହସ୍ପିଟାଲର ଜରୁରୀକାଳୀନ ଓ୍ଵାର୍ଡରେ ଭର୍ତ୍ତି ହୋଇଥିଲେ। ରୋଗୀ ଜଣକ ଗଞ୍ଜାମ ଜିଲ୍ଲାର । ତାଙ୍କୁ ଗତ ୧୫ ତାରିଖରେ ଏଠାରରେ ଭର୍ତ୍ତି କରାଯାଇଥିଲା। ତାଙ୍କର କେମୋ ଚାଲିଥିବା ବେଳେ ଓ୍ଵାର୍ଡରେ ଅନ୍ୟ ୨ ଜଣ ରୋଗୀ ମଧ୍ୟ ଥିଲେ।
ଶ୍ରୀ ଷଡ଼ଙ୍ଗୀ ଆହୁରି ମଧ୍ୟ କହିଛନ୍ତି, କର୍କଟ ରୋଗୀ କରୋନା ପଜିଟିଭ୍ ଚିହ୍ନଟ ହେବାପରେ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଏଥି ସହିତ ରୋଗୀଥିବା ଓ୍ଵାର୍ଡକୁ ସିଲ କରାଯିବା ସହ ସାନିଟାଇଜ କରାଯାଇଛି। ରୋଗୀ ସଂସ୍ପର୍ଶରେ ଆସିଥିବା ଅନ୍ୟ ୨ ଜଣ ରୋଗୀ ଓ ଆଟେଣ୍ଡାଣ୍ଟଙ୍କ ନମୁନା ପରୀକ୍ଷା ହେବ।