ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ୭ ହଜାର କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି। ଏଥିସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୨୯ରେ ପହଞ୍ଚିଛି।
ତେବେ ଗତ ୨୪ ଘଣ୍ଟାରେ ମୃତ୍ୟୁ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୪ ଜଣ, ପୁରୀ ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ ଏବଂ ସୁନ୍ଦରଗଡ଼, କେନ୍ଦୁଝର, କଟକ ଓ ଅନୁଗୁଳରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି।