ରାଜ୍ୟକୁ ଫେରିଲା କରୋନା, ଗାଇଡଲାଇନ ଜାରୀ କଲା ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ରାଜ୍ୟରେ ଆଜି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଗାଇଡଲାଇନ ଜାରୀ କରାଯାଇଛି । ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ବାହାରକୁ ବାହାରିଲେ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ଏହାସହ ଜନଗହଳିପୂର୍ଣ୍ଣ ସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି ।