୩ ହଜାରରୁ ଖସିଲା କରୋନା ସୁସ୍ଥ ସଂଖ୍ୟା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ରାଜ୍ୟରେ କରୋନା ସୁସ୍ଥ ମିଟର ୩ ହଜାରରୁ ତଳକୁ ଖସିଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ରାଜ୍ୟରେ ୨୫୭୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ଆଜି କଟକରୁ ସର୍ବାଧିକ ୨୪୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଯାଜପୁରରୁ ୧୩୭, ଖୋର୍ଦ୍ଧାରୁ ୧୨୪, ବାଲେଶ୍ୱରରୁ ୧୨୦, ସମ୍ବଲପୁରରୁ ୧୨୦, କେନ୍ଦ୍ରାପଡ଼ାରୁ ୧୧୪, ପୁରୀରୁ ୧୧୪, ସୁନ୍ଦରଗଡ଼ରୁ ୧୧୧, ଅନୁଗୁଳରୁ ୧୦୮, ବଲାଙ୍ଗିରରୁ ୧୦୩, ମୟୂରଭଞ୍ଜରୁ ୧୦୧, ବରଗଡ଼ରୁ ୯୭, ନୂଆପଡ଼ାରୁ ୯୦, ନବରଙ୍ଗପୁରରୁ ୮୧, କେନ୍ଦୁଝରରୁ ୭୪, ଜଗତସିଂହପୁରରୁ ୭୧, ଢ଼େଙ୍କାନାଳରୁ ୬୯, ଭଦ୍ରକରୁ ୬୭, ନୟାଗଡ଼ରୁ ୬୭, ଝାରସୁଗୁଡ଼ାରୁ ୬୨, ମାଲକାନଗିରିରୁ ୫୭, କନ୍ଧମାଳରୁ ୪୯, ସୋନପୁରରୁ ୪୫, କଳାହାଣ୍ଡିରୁ ୩୯, ଗଞ୍ଜାମରୁ ୩୬, ବୌଦ୍ଧରୁ ୩୪, କୋରାପୁଟରୁ ୩୩, ଦେବଗଡ଼ରୁ ୨୩, ରାୟଗଡ଼ାରୁ ୧୯ ଏବଂ ଗଜପତିରୁ ୧୩ ଜଣ ରହିଛନ୍ତି। ସେହିପରି ଷ୍ଟେଟ ପୁଲରୁ ୧୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସୁସ୍ଥଙ୍କ ସଂଖ୍ୟା ୨ ଲକ୍ଷ ୩୦ ହଜାର ୧୯୨ରେ ପହଞ୍ଚିଛି। ସୂଚନା ଅନୁସାରେ ଆଜି ରାଜ୍ୟରେ ୨୪୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୫୪ ହଜାର ୬୬୨ରେ ପହଞ୍ଚିଛି। ସେଥିମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧୦୪୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୩ ହଜାର ୩୭୭ ଜଣ ସକ୍ରିୟ ରହିଛନ୍ତି।