ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ରାଜ୍ୟରେ ପୁଣି ୧୮୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ଏହି ସୁସ୍ଥଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨୩୩, କଟକରୁ ୧୪୮, ନୂଆପଡ଼ାରୁ ୧୦୦, ମୟୂରଭଞ୍ଜରୁ ୯୪, ଅନୁଗୁଳରୁ ୮୧, ସୁନ୍ଦରଗଡ଼ରୁ ୭୬, କେନ୍ଦୁଝରରୁ ୭୪, ବାଲେଶ୍ୱରରୁ ୭୨, ପୁରୀରୁ ୬୯, ଯାଜପୁରରୁ ୬୬, ବରଗଡ଼ରୁ ୬୫, କେନ୍ଦ୍ରାପଡ଼ାରୁ ୬୨, ବଲାଙ୍ଗିରରୁ ୬୧, ଭଦ୍ରକରୁ ୬୦, ଜଗତସିଂହପୁରରୁ ୬୦, ନବରଙ୍ଗପୁରରୁ ୫୩, କୋରାପୁଟରୁ ୪୪, କଳାହାଣ୍ଡିରୁ ୪୨, ଝାରସୁଗୁଡ଼ାରୁ ୪୦, ଢ଼େଙ୍କାନାଳରୁ ୩୫, ମାଲକାନଗିରିରୁ ୩୫, ସମ୍ବଲପୁରରୁ ୩୫, ଗଞ୍ଜାମରୁ ୨୯, କନ୍ଧମାଳରୁ ୨୯, ସୋନପୁରରୁ ୨୯, ନୟାଗଡ଼ରୁ ୨୭, ରାୟଗଡ଼ାରୁ ୧୨, ଦେବଗଡ଼ରୁ ୮, ଗଜପତିରୁ ୭ ଓ ବୌଦ୍ଧରୁ ୬ ଜଣ ଅଛନ୍ତି। ସେହିପରି ଷ୍ଟେଟପୁଲରୁ ୪୮ ଜଣ ସୁସ୍ଥ ହୋଇଥିବା ସୂଚନା ମିଳିଛି।
ଏଥିସହିତ ରାଜ୍ୟରେ ମୋଟ କରୋନା ସୁସ୍ଥଙ୍କ ସଂଖ୍ୟା ୨ ଲକ୍ଷ ୭୩ ହଜାର ୮୩୮ରେ ପହଞ୍ଚିଛି। ରାଜ୍ୟରେ ମୋଟ କରୋନା ସଂକ୍ରମଣ ସଂଖ୍ୟା ୨ ଲକ୍ଷ ୮୮ ହଜାର ୬୪୬ରେ ପହଞ୍ଚିଥିବାବେଳେ ସେମାନଙ୍କ ମଧ୍ୟରୁ ୧୩୦୮ ଜଣଙ୍କ ମୃତ୍ୟୁ ହୋଇସାରିଛି। ବର୍ତ୍ତମାନ ରାଜ୍ୟରେ ୧୩ ହଜାର ୪୪୭ ଜଣ ଚିକିତ୍ସାଧୀନ ଅଛନ୍ତି।