ଆଜି ରାଜ୍ୟରେ କରୋନା ସଂକ୍ରମଣ ଠାରୁ ସୁସ୍ଥଙ୍କ ସଂଖ୍ୟା ଅଧିକ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତ କିଛି ଦିନ ହେବ ରାଜ୍ୟରେ କରୋନା ସଂକ୍ରମଣ ଠାରୁ ସୁସ୍ଥଙ୍କ ସଂଖ୍ୟା ଅଧିକ ରହି ଆସୁଛି। ଫଳରେ ରାଜ୍ୟବାସୀଙ୍କ ପାଇଁ ଏହା ଏକ ଅସ୍ୱସ୍ତିକର ଖବର ବୋଲି କୁହାଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟରେ ୪୨୧୯ ଜଣ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥଙ୍କ ସଂଖ୍ୟା ୧ ଲକ୍ଷ ୮୫ ହଜାର ୭୦୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏହି ନୂଆ ସୁସ୍ଥ ହୋଇଥିବା କରୋନା ରୋଗୀଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୬୨୮ ଜଣ ରହିଛନ୍ତି। ସେହିପରି କଟକରୁ ୪୯୪, ପୁରୀରୁ ୨୬୪, ଝରାସୁଗୁଡ଼ାରୁ ୨୩୨, ଅନୁଗୁଳରୁ ୨୦୯, ଜଗତସିଂହପୁରରୁ ୧୬୩, କେନ୍ଦ୍ରାପଡ଼ାରୁ ୧୬୧, ମୟୂରଭଞ୍ଜରୁ ୧୫୩, ରାୟଗଡ଼ାରୁ ୧୩୨, ଯାଜପୁରରୁ ୧୨୯, ବଲାଙ୍ଗିରରୁ ୧୨୩, ବାଲେଶ୍ୱରରୁ ୧୧୯, ଭଦ୍ରକରୁ ୧୧୪, ସମ୍ବଲପୁରରୁ ୧୧୩, ବରଗଡ଼ରୁ ୧୧୨, କନ୍ଧମାଳରୁ ୮୭, ଢ଼େଙ୍କାନାଳରୁ ୮୫, କେନ୍ଦୁଝରରୁ ୮୩, ସୋନପୁରରୁ ୭୯, ନବରଙ୍ଗପୁରରୁ ୭୫, କୋରାପୁଟରୁ ୭୨, ଗଞ୍ଜାମରୁ ୬୧, ନୂଆପଡ଼ାରୁ ୬୦, ମାଲକାନଗିରିରୁ ୫୬, ସୁନ୍ଦରଗଡ଼ରୁ ୫୫, ନୟାଗଡ଼ରୁ ୫୪, ବୌଦ୍ଧରୁ ୪୯, ଗଜପତିରୁ ୩୯, କଳାହାଣ୍ଡିରୁ ୩୫ ଏବଂ ଦେବଗଡ଼ରୁ ୨୧ ରହିଛନ୍ତି। ସେହିପରି ଷ୍ଟେଟପୁଲରୁ ଆଉ ୧୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ରହିଛି। ତେବେ ଆଜି ସକାଳେ ରାଜ୍ୟରେ ୩୪୪୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।