ଦେଶରେ ୭ ଲକ୍ଷ ୪୨ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଗଲାଣି ୨୦ ହଜାର ୬୪୨ ଜୀବନ

ନୂଆଦିଲ୍ଲୀ,ଏଜେନ୍ସି: ଭାରତରେ ହୁ ହୁ ହୋଇ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ଦେଶରେ ୪୮୨ ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିବା ବେଳେ ୨୨ ହଜାର ୭୫୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭ ଲକ୍ଷ ୪୨ ହଜାର ୪୧୭କୁ ବୃଦ୍ଧି ପାଇଛି। ମୃତ୍ୟୁ ସଂଖ୍ୟା ୨୦ ହଜାର ୬୪୨କୁ ଛୁଇଁଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ମୋଟ୍ ସଂକ୍ରମିତ ମଧ୍ୟରୁ ୪ ଲକ୍ଷ ୫୬ ହଜାର ୮୩୧ ଜଣ ସୁସ୍ଥ ହୋଇଥିବାବେଳେ ୨ ଲକ୍ଷ ୬୪ ହଜାର ୯୪୪ ଜଣ ସକ୍ରିୟ ଅଛନ୍ତି।