ରାଜ୍ୟରେ କରୋନା ନେଲା ଆଉ ୪୦ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: କରୋନାରେ ଆଉ ୪୦ ଜଣ ପ୍ରାଣ ହରାଇଛନ୍ତି। ଫଳରେ ରାଜ୍ୟରେ ମୋଟ କରୋନା ଜନିତ ମୃତ ସଂଖ୍ୟା ୩୮୦୧ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଖୋର୍ଦ୍ଧାରୁ ୯, ବରଗଡ, କଟକ, ନୟାଗଡରୁ ୫ ଜଣ ଲେଖାଏଁ, ଅନୁଗୋଳରୁ ୩, ବାଲେଶ୍ୱର, ଭଦ୍ରକ, ବଲାଙ୍ଗୀର, ବୌଦ୍ଧ, ପୁରୀ, ସୁନ୍ଦରଗଡରୁ ୨ ଜଣ ଲେଖାଏଁ, ଗଞ୍ଜାମରୁ ଜଣେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି।