ଭୁବନେଶ୍ୱର,ଏନ୍ଏନ୍ଏସ୍: କରୋନା ସଂକ୍ରମିତଙ୍କ ସଂଖ୍ୟାରେ ବ୍ରେକ ଲାଗୁଥିଲେ ସୁଦ୍ଧା ମୃତ୍ୟୁ ସଂଖ୍ୟା ବଢିଚାଲିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୧୨୩କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜଣାଇଛି।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୫ ଜଣ, ଅନୁଗୁଳ, କଟକ, ଝାରସୁଗୁଡା, ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ବରଗଡ, ବଲାଙ୍ଗିର, ବୌଦ୍ଧରୁ ୩ ଜଣ ଲେଖାଏଁ, ଗଞ୍ଜାମ, ମୟୂରଭଞ୍ଜ, ପୁରୀରୁ ୨ ଜଣ ଲେଖାଏଁ ଏବଂ ସମ୍ବଲପୁର, ରାୟଗଡା, ନୂଆପଡା, କୋରାପୁଟ, କେନ୍ଦ୍ରାପଡା, ଢେଙ୍କାନାଳଚ ଓ ବାଲେଶ୍ଵରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ରହିଛନ୍ତି।