ରାଜ୍ୟରେ କରୋନା ନେଲା ୬ ଜଣଙ୍କ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ଆଜିର ରିପୋର୍ଟରେ ମୃତ୍ୟୁ ସଂଖ୍ୟା ୧୦ ତଳକୁ ଖସିଆସିଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୫୪ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୨୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ ରହିଥିବା ବେଳେ କଟକ ଏବଂ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।