ରାଜ୍ୟରେ କରୋନା ନେଲା ଆଉ ୭ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୧୪୭

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୭ ଜଣଙ୍କ ମୁଣ୍ଡ ନେଲା ମହାମାରୀ କରୋନା ଭୂତାଣୁ। ଏହି କ୍ରମରେ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ମିଳିଛି।

ସୂଚନା ଅନୁଯାୟୀ, ଆଜି କରୋନା ମୃତକଙ୍କ ମଧ୍ୟରୁ ୬ ଜଣ ପୁରୁଷ ଓ ୧ ଜଣ ମହିଳା ରହିଛନ୍ତି। ସେଥି ମଧ୍ୟରୁ ଗଞ୍ଜାମରୁ ୩ ଜଣ, ସୁନ୍ଦରଗଡ଼, କଟକ, ମାଲକାନଗିରି ଓ ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬,୮୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।