କରୋନା ନେଲା ଆଉ ଦୁଇ ଜୀବନ, ମୃତ୍ୟୁ ସଂଖ୍ୟା ୧୯୩୫କୁ ବୃଦ୍ଧି

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଆଜି ଆଉ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ତେବେ ମୃତକଙ୍କ ମଧ୍ୟରେ ଜଣେ କଳାହାଣ୍ଡି ଏବଂ ଅନ୍ୟଜଣେ କେନ୍ଦୁଝର ଜିଲ୍ଲାର ରହିଥିବା ଜଣାପଡିଛି।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୩୫କୁ ବୃଦ୍ଧି ପାଇଛି।