ବ୍ରହ୍ମପୁର,ଏନ୍ଏନ୍ଏସ୍: ବ୍ରହ୍ମପୁରର ୫ ପୁଲିସ କର୍ମଚାରୀଙ୍କ ଠାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏନେଇ ବ୍ରହ୍ମପୁର ଏସପି ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ଥିବାବେଳେ ସେମାନଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଟ୍ୱିଟ କରି ସୂଚନା ଦେଇଛନ୍ତି। ଏଥିସହ ସେମାନଙ୍କ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି।