ଖୋର୍ଦ୍ଧା ଏସପି ଅଜୟ ପ୍ରତାପ ସ୍ୱାଇଁଙ୍କୁ କରୋନା

ଖୋର୍ଦ୍ଧା,ଏନ୍ଏନ୍ଏସ୍: ଖୋର୍ଦ୍ଧା ଏସପିଙ୍କୁ କରୋନା। ଏସପି ଅଜୟ ପ୍ରତାପ ସ୍ୱାଇଁଙ୍କ ସ୍ୱାବ ରିପୋର୍ଟ ପଜିଟିଭ ଆସିଥିବା ନେଇ ସେ ନିଜେ ସୂଚନା ଦେଇଛନ୍ତି। ସୂଚନା ଅନୁସାରେ ଗତ କିଛିଦିନ ତଳେ ଜିଲ୍ଲା ପୁଲିସର ଜଣେ ଷ୍ଟାଫ୍ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହାପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ପୁଲିସ କର୍ମଚାରୀ ଓ ଅଧିକାରୀମାନଙ୍କ ସ୍ୱାବ ସଂଗ୍ରହ କରାଯାଇଥିଲା। ଶ୍ରୀ ସ୍ୱାଇଁଙ୍କଠାରେ କରୋନାର କୌଣସି ଲକ୍ଷଣ ଦେଖାଯାଇନଥିଲେ ହେଁ ଆଜି ତାଙ୍କ ରିପୋର୍ଟ ପଜିଟିଭ ଆସିଛି। ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ହୋମ ଆଇସୋଲେସନରେ ରହିଛନ୍ତି। ଯଦି ଆବଶ୍ୟକ ପଡେ ତାଙ୍କୁ କୋଭିଡ କେୟାର ହସ୍ପିଟାଲକୁ ସ୍ଥାନାନ୍ତର କରାଯିବ ବୋଲି ଜଣାପଡ଼ିଛି।

ଏହା ପୂର୍ବରୁ ଜିଲ୍ଲାର ପାଖାପାଖି ୨୫ ପୁଲିସ କର୍ମଚାରୀଙ୍କୁ କରୋନା ସଂକ୍ରମିତ ହୋଇସାରିଛି।