ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ବଢୁଛି କରୋନା ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟାରେ ଆଉ ୩୩ ଜଣଙ୍କର ଜୀବନ ନେଇଛି ପ୍ରାଣଘାତୀ କରୋନା। ମୋଟ ୧୫ ଜିଲ୍ଲାରୁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଅନୁଗୋଳ ଜିଲ୍ଲାରେ ସର୍ବାଧିକ ୫ ଜଣ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି।
ବୈଦ୍ଧ, କଳାହାଣ୍ଡି, ନବରଙ୍ଗପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ୩ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ନେଇଛି କରୋନା। ଖୋର୍ଦ୍ଧା, କେନ୍ଦୁଝର, କନ୍ଧମାଳ, ଗଜପତି, ଦେବଗଡ଼ ଓ କଟକ ଜିଲ୍ଲାରୁ ୨ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି। ସେହିପରି ଗଞ୍ଜାମ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୭୧୯କୁ ବୃଦ୍ଧି ପାଇଛି।