ବନ୍ଦ ଘର ଭିତରୁ ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ

ଗଜପତି,ଏନ୍ଏନ୍ଏସ୍: ଘର ଭିତରୁ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର। ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଅଞ୍ଚଳରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ଦ୍ୱୟ ହେଲେ ଶିବାଲ୍ ଡିଲେଶ୍ୱରୀ(୨୧) ଓ ଟାଲୁରୁ ଶ୍ରୀନୁ(୨୮)। ଆରିବା ଗାଁର ଏକ ବନ୍ଦ ଘର ଭିତରୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଶିବାଲ୍ ଓ ଟାଲୁରୁଙ୍କ ମୃତଦେହ ଉଦ୍ଧାର ହୋଇଛି।

ସୂଚନା ଅନୁଯାୟୀ, ଶିବାଲ୍ ଓ ଟାଲୁରୁଙ୍କ ମଧ୍ୟରେ ଦୀର୍ଘଦିନ ହେବ ପ୍ରେମ ସମ୍ପର୍କ ଥିଲା ବୋଲି କୁହାଯାଉଛି। ଶିବାଲଙ୍କ ପରିବାର ଲୋକେ ଅନ୍ୟତ୍ର ବିବାହ ଠିକ୍ କରିଥିଲେ। ଏନେଇ ଉଭୟ ଶିବାଲ୍ ଓ ଟାଲୁରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ସ୍ପଷ୍ଟ ଭାବେ ଜଣାପଡ଼ି ନାହିଁ। ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ପୁଲିସ ସୂଚନା ଦେଇଛି। ଏହାସହ ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।