କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ, କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୦୯ ବୃଦ୍ଧି

ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟାରେ ୪୪୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୩୦୯କୁ ବୃଦ୍ଧି ପାଇଛି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତକଙ୍କ ମଧ୍ୟରେ କେନ୍ଦୁଝର ଜିଲ୍ଲାରୁ ୨ ଜଣ ଥିବାବେଳେ କଳାହାଣ୍ଡି, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।