ଚିନ୍ତା ବଢାଉଛି ମୃତ୍ୟୁ ସଂଖ୍ୟା, ରାଜ୍ୟରେ କରୋନା ନେଲା ଆଉ ୬୭ ଜଣଙ୍କ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କିଛି ଦିନ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ କୌଣସି ସୁଧାର ଆସିନାହିିଁ। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬ ହଜାର ୬୯୭କୁ ବୃଦ୍ଧି ପାଇଛି।

ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୮ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧ ଜଣ, ସମ୍ବଲପୁର ଜିଲ୍ଲାରୁ ୯ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ ରହିଛନ୍ତି। ସେହିପରି କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଥିବା ବେଳେ ସୋନପୁର, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଛନ୍ତି। ବାଲେଶ୍ୱର, ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, କେନ୍ଦୁଝର, ନୂଆପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି।