କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ; ୫ ମୃତ

ଗୁଜରାଟ, ଏଜେନ୍ସି : ଗୁଜରାଟର ରାଜକୋଟରେ ଶୁକ୍ରବାର ଭୋର ସମୟରେ ଏକ କୋଭିଡ଼ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୫ ରୋଗୀ ଜୀବନ୍ତ ଦଗ୍ଧ ହୋଇଥିବାବେଳେ ଅନେକ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।
ରାଜକୋଟର ମାବଡି ଅଞ୍ଚଳରେ ଥିବା କୋଭିଡ ହସ୍ପିଟାଲରେ ଏହି ଅଗ୍ନିକାଣ୍ଡ ଘଟିଛି। ନଖବରପାଇ ଘଟଣାସ୍ଥଳରେ ଦମକଳ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ନିଆଁ ପ୍ରଥମେ ଆଇସିୟୁରୁ ଲାଗିଥିଲା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।
ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ଟ୍ୱିଟ କରି କହିଛନ୍ତି, ରାଜକୋଟର ହସ୍ପିଟାଲରେ ହୋଇଥିବା ଅଗ୍ନିକାଣ୍ଡରେ ହୋଇଥିବା ଜୀବନହାନୀରେ ମୁଁ ଖୁବ ଦୁଃଖିତ। ସେମାନଙ୍କ ପରିବାର ପ୍ରତି ମୁଁ ଦୁଃଖ ପ୍ରକାଶ କରୁଛି। ଆହତଙ୍କ ଆଶୁ ଅରୋଗ୍ୟ କାମନା କରିଛନ୍ତି।