ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟାରେ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ୬୨୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୨୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ଭଦ୍ରକ, କଟକ, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।