ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ପୁଣି କରୋନା ମୃତ୍ୟୁର ନୂଆ ରେକର୍ଡ ସାମ୍ନାକୁ ଆସିଛି। ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛି ରାଜ୍ୟରେ କରୋନାର ମୃତ୍ୟୁ ସଂଖ୍ୟା। ଆଜି ରାଜ୍ୟରେ ସର୍ବାଧିକ ୬୫ ଲୋକଙ୍କ ମୃତ୍ୟୁ ରିପୋର୍ଟ ଦେଇଛନ୍ତି ରାଜ୍ୟ ସରକାର। ଏ ତଥ୍ୟ ଗତ ୨୪ ଘଣ୍ଟାର ହୋଇ ନଥିଲେ ମଧ୍ୟ ଏଭଳି ଏକ ମୃତ୍ୟୁ ସଂଖ୍ୟାକୁ ନେଇ ଏବେ ରାଜ୍ୟ ବାସୀଙ୍କ ମନରେ ଭୟ ବଢିଛି। ନୂଆ ୫୬ ଜଣଙ୍କୁ ମିଶାଇ ଏବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୯୯କୁ ବୃଦ୍ଧି ପାଇଛି।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ ଜଣ ରହିଥିବା ବେଳେ ବରଗଡ଼, କେନ୍ଦୁଝର, ପୁରୀ ଜିଲ୍ଲାରୁ ୬ ଜଣ ଲେଖାଏଁ ରହିଛନ୍ତି। ମୟୁରଭଞ୍ଜ, ଅନୁଗୁଳ ଜିଲ୍ଲାରୁ ୫ ଜଣ ଲେଖାଏଁ ରହିଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୪ଜଣ ରହିଛନ୍ତି। ସେହିପରି ଗଞ୍ଜାମ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, ବାଲେଶ୍ୱର, ବଲାଙ୍ଗିର, ବୌଦ୍ଧ, କଟକ, ଢେଙ୍କାନାଳ, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି।