ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୦୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୩୦୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୧୯ ଜଣ, କଟକରୁ ୧୧ଜଣ, ଗଞ୍ଜାମରୁ ୧୦ ଜଣ, ବାଲେଶ୍ୱରରୁ ୬ ଜଣ, ଅନୁଗୁଳରୁ ୪ ଜଣ, କେନ୍ଦୁଝରରୁ ୩ ଜଣ, ବଲାଙ୍ଗିର, ମୟୂରଭଞ୍ଜ ଓ ପୁରୀରୁ ୨ ଜଣ ଲେଖାଏଁ, ଭଦ୍ରକ, କନ୍ଧମାଳ, ନୟାଗଡ, ନୂଆପଡା, ରାୟଗଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି।