ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ କିଛି ଦିନ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବି କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୭୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮ ଜଣଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୭୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୬ ଜିଲ୍ଲାରୁ ୮ ଜଣଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ଅନୁଗୁଳ, ବାଲେଶ୍ୱର, କେନ୍ଦୁଝର ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।