ଡିଏଫଓଙ୍କୁ ଆଜି ମିଳିତ ଭାବେ ପଚରାଉଚୁରା କରିବେ ପୁଲିସ ଓ କ୍ରାଇମବ୍ରାଞ୍ଚ ଟିମ

ଭୁବନେଶ୍ୱର,ଏନ୍ଏନ୍ଏସ୍: ପାରଳାଖେମୁଣ୍ଡି ଏସିଏଫ ମୃତ୍ୟୁ ମାମଲାରେ ଆଜି ଘଟଣାସ୍ଥଳକୁ ବୁଲି ଦେଖିବ କ୍ରାଇମବ୍ରାଞ୍ଚ। ସୌମ୍ୟଙ୍କ ମୃତ୍ୟୁ ହୋଇଥିବା ସରକାରୀ କ୍ୱାର୍ଟରକୁ ମଧ୍ୟ ଯିବ କ୍ରାଇମବ୍ରାଞ୍ଚ ଟିମ୍। ଯେଉଁ ସ୍ଥାନରେ ପୋଡିହୋଇ ସୌମ୍ୟଙ୍କ ମୃତ୍ୟୁ ହୋଇଥିଲା, ସେହିଠାରେ ପୁଲିସ ଉପସ୍ଥିତିରେ ଅପରାଧର ପୁନରାବୃତ୍ତି କରାଯିବ। ଏହା ଛଡା ଡିଏଫଓ ଏବଂ ଗୁରାଣ୍ଡି ଥାନାର ମହିଳା ଅଧିକାରୀ ମମତା ପଣ୍ଡାଙ୍କୁ ଜେରା କରାଯିବ।

ଉଭୟ ଡିଏଫଓ ଏବଂ ମମତା ପଣ୍ଡାଙ୍କ ଭୂମିକାକୁ ନେଇ ସୌମ୍ୟଙ୍କ ପରିବାର ସନ୍ଦେହ ପ୍ରକାଶ କରିଥିବାରୁ ପୁଲିସ ଓ କ୍ରାଇମବ୍ରାଞ୍ଚ ମିଳିତ ଭାବେ ପଚରାଉଚୁରା କରିବେ ବୋଲି ଜଣାପଡିଛି।

ସୌମ୍ୟଙ୍କ ବାପା ଅଭିରାମ ମହାପାତ୍ରଙ୍କ ଅଭିଯୋଗ ଆଧାରରେ ଡିଏଫଓଙ୍କ ବିରୋଧରେ ମାମଲା ରୁଜୁ କରିଥିଲା ପୁଲିସ। ସେହିପରି ଘଟଣା ଦିନ ଗୁରୁତର ସୌମ୍ୟଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସକୁ ଅଟକାଇବାରେ ମମତା ପଣ୍ଡାଙ୍କ ଭୂମିକା ରହିଥିବା ଅଭିଯୋଗ କରିଥିଲେ ସୌମ୍ୟଙ୍କ ବାପା। ତେଣୁ ମମତା ପଣ୍ଡାଙ୍କୁ ମଧ୍ୟ ପଚରାଉଚୁରା କରାଯିବ।