ଗୋବିନ୍ଦ ସାହୁ ଆତ୍ମହତ୍ୟା ମାମଲା: କଣ୍ଟାବାଞ୍ଜି ଜେଲରେ କ୍ରାଇମବ୍ରାଞ୍ଚ ଟିମ୍‌

ଟିଟଲାଗଡ଼,ଏନ୍‌ଏନ୍‌ଏସ୍‌: ମମିତା ମେହେର ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଗତକାଲି ଜେଲରେ ଆତ୍ମହତ୍ୟା କରିଥିଲେ । ଉକ୍ତ ଘଟଣାର ତଦନ୍ତ କରିବା ଲାଗି କ୍ରାଇମବ୍ରାଞ୍ଚର ୧୦ଜଣିଆ ଟିମ୍ ଆଜି କଣ୍ଟାବାଞ୍ଜି ଜେଲରେ ପହଞ୍ଚିଛନ୍ତି । ଫରେନସିକ ଟିମ୍ ସହ କ୍ରାଇମବ୍ରାଞ୍ଚ ଟିମ୍ ଯାଞ୍ଚ ପ୍ରକ୍ରିୟା ଆରମ୍ଭ କରିଥିବା ଜଣାପଡ଼ିଛି ।