ଶନି- ରବି ଘଣ୍ଟାଏ କର୍ଫ୍ୟୁ କୋହଳ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ କର୍ଫ୍ୟୁ ଲାଗୁହେବ। ହେଲେ ଶନିବାର ଓ ରବିବାର ସକାଳ ୫ଟାରୁ ୬ଟା ପର୍ଯ୍ୟନ୍ତ ମର୍ଣ୍ଣିଂ ୱାକ୍ ପାଇଁ କଟକଣା କୋହଳ କରାଯିବା ନେଇ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା । ସଟଡାଉନ୍ ସମୟରେ କ୍ଷୀର, ପେଟ୍ରୋଲ ପମ୍ପ , ଡାକ୍ତରକଖାନା ଓ ମେଡିସିନ୍ ଦୋକାନ ଆଦି ଖୋଲା ରହିବ । ସପ୍ତାହାନ୍ତ ସଟଡାଉନ୍ ସମୟରେ ସମସ୍ତ ମେଡିକାଲ, କ୍ଲିନିକ୍, ନର୍ସିଂ, ହୋମ୍, ମେଡିସିନ୍ ଷ୍ଟୋର ଖୋଲା ରହିବ । ଏହାସହ ଜଡ଼ିତ ସମସ୍ତ କର୍ମଚାରୀ ପରିଚୟପତ୍ର ଦେଖାଇ ଯାତାୟାତ କରିପାରିବେ ।

ଆସନ୍ତୁ ନଜର ପକାଇବା କେଉଁ ସେବା ଜାରି ରହିବ

୧- ଜରୁରୀ ସେବାରେ ନିୟୋଜିତ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କର୍ମଚାରୀ ।

୨- ଜିଲ୍ଲା, ମହାନଗର ନିଗମ, ପୁଲିସ ଓ ଅଗ୍ନିଶମ ବାହିନୀରେ କାର୍ଯ୍ୟରତ ବ୍ୟକ୍ତି ଯାତାୟାତ କରିପାରିବେ ।
୩- ଟେଲିକମ୍ ସର୍ଭିସ୍, ପେଟ୍ରୋଲ ପମ୍ପ, ଏଲପିଜି ବିତରଣ ଉପରେ କଟକଣା ରହିବ ନାହିଁ ।
୪- ଖବରକାଗଜ ଓ ବୈଦ୍ୟୁତିକ ଗଣମାଧ୍ୟମରେ କାର୍ଯ୍ୟରତ ସାମ୍ବାଦିକ ଯାତାୟାତ କରିପାରିବେ।

୫- ପାନୀୟ ଜଳ ଯୋଗାଣ, ସାନିଟାଇଜେସନ୍ ଓ ସ୍ୱେରେଜ୍ ୱାର୍କରଙ୍କୁ ଅନୁମତି ।

୬- ଶିଳ୍ପ ଉଦ୍ୟୋଗ, ନିର୍ମାଣ କାର୍ଯ୍ୟ ଜାରି ରହିବ ।

୭-କୃଷି, ପଶୁପାଳନ, ମଣ୍ଡିରେ ଫସଲ କ୍ରୟ ଜାରି ରହିବ ।

୮-ରେଳ ଓ ବିମାନ ସେବା ଜାରି ରହିବ । ଯାତ୍ରୀଙ୍କୁ ଷ୍ଟେସନ୍ ଓ ବସ୍ ଷ୍ଟାଣ୍ଡରୁ ଟିକେଟ୍ ଦେଖାଇ ନେବା ଆଣିବା କରି ହେବ ।

୯-ସ୍ଥାନୀୟ ପ୍ରଶାସନ ଅନୁମତିରେ ବିବାହ ଓ ଅନ୍ତ୍ୟେଷ୍ଟି କାର୍ଯ୍ୟ କରାଯାଇ ପାରିବ ।

୧୦-ଅନଲାଇନ୍ ଖାଦ୍ୟ ଯୋଗାଣ ଉପରେ କଟକଣା ରହିବ ନାହିଁ ।

୧୧-ସକାଳ ୫ଟାରୁ ୮ଟା ମଧ୍ୟରେ ଖବରକାଗଜ ବଣ୍ଟନ ଲାଗି ଅନୁମତି ।