କଟକ,ଏନ୍ଏନ୍ଏସ୍: କରୋନା ଯୋଗୁ ୨ ବର୍ଷ ଧରି ବନ୍ଦ ଥିବା ଐତିହାସିକ ବାଲିଯାତ୍ରା ଉଦଘାଟିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମକୁ ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଉଦଘାଟନ କରିଛନ୍ତି । ଏଥିରେ କଟକ ମେୟର ସୁବାସ ସିଂ, ସାଂସଦ ଭର୍ତ୍ତୃହରି ମହତାବ, ସାଂସଦ ରାଜଶ୍ରୀ ମଲ୍ଲିକ ଓ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ମଧ୍ୟ ଉପସ୍ଥିତ ଥିଲେ ।