କଟକ ନାବାଳିକା ଗଣଦୁଷ୍କର୍ମ ମାମଲା, ଦୁଇ ଗିରଫ

କଟକ, ଏନ୍ଏନ୍ଏସ୍: କଟକ ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ହୋଇଥିବା ନାବାଳିକା ଗଣଦୁଷ୍କର୍ମ ଘଟଣାରେ କମିଶନରେଟ୍ ପୁଲିସ ୨ ଜଣଙ୍କୁ ଗିରଫ କରିଛି। ପୂର୍ବରୁ ଜଣଙ୍କୁ ଗିରଫ କରି କରିଥିଲା। ଦୁଇ ଅଭିଯୁକ୍ତ ହେଲେ ସନ୍ତୋଷ ବେହେରା ଓ ରାକେଶ ରାଉତ। ଏହି ମାମଲାରେ ପୀଡ଼ିତାଙ୍କୁ ନ୍ୟାୟ ପାଇଁ ସମସ୍ତ ଉଦ୍ୟମ କରାଯିବ ବୋଲି କହିଛନ୍ତି ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ମାମଲା ହେବାର ୨୪ ଘଣ୍ଟା ମଧ୍ୟରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଥିବାରୁ କଟକ ଡିସିପି ପ୍ରତୀକ ସିଂହଙ୍କୁ ସାଧୁବାଦ ଜଣାଇଛନ୍ତି ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ।