ବଙ୍ଗୋପସାଗରରେ ବାତ୍ୟା, ଓଡ଼ିଶା-ବଙ୍ଗ ଉପକୂଳର ସ୍ଥଳଭାଗ ଛୁଇଁପାରେ

ଭୁବନେଶ୍ବର,ଏନ୍ଏନ୍ଏସ୍: ଆସନ୍ତା ୨୨ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୨ ପରେ ଏହା ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଆସନ୍ତା ୨୩ ତାରିଖ ବେଳକୁ ଉତ୍ତର କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ବାତ୍ୟାରେ ପରିଣତ ହେବ। ଏହା ବାତ୍ୟାରେ ପରିଣତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତିକରିବ। ୨୫ ତାରିଖରୁ ଉପକୂଳ ଓଡିଶାରେ ବର୍ଷା ଆରମ୍ଭ ହେବା ସହ ଏହାର ଆଖପାଖ ଅଞ୍ଚଳରେ ଆକାଶ ମେଘାଚ୍ଛନ୍ନ ରହିବ।