ଦେଶରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୨୮ ହଜାର ପାର, ୧୮୮ ମୃତ

ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟାରେ ବୃଦ୍ଧି ହେଉଛି। ଏନେଇ ସରକାରଙ୍କ ଚିନ୍ତା ବଢ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ମୁତାବକ ଗତ ୨୪ ଘଣ୍ଟାରେ ଦେଶରୁ ୨୮,୯୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହ ୧୮୮ ଜଣ କରୋନା ରୋଗୀଙ୍କ ମୃତ୍ୟୁ ମଧ୍ୟ ହୋଇଥିବା ଜଣାପଡ଼ିଛି। ଫଳରେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧୪ ଲକ୍ଷ ୩୮ ହଜାର ୭୩୪କୁ ବୃଦ୍ଧି ପାଇଛି। ସେହିପରି ଦେଶରେ ଗତ ୨୪ ଘଣ୍ଟାରେ ଆଉ ୧୭,୭୪୧ ଜଣ ସୁସ୍ଥ ହୋଇ ମୋଟ ଆରୋଗ୍ୟ ସଂଖ୍ୟା ୧ କୋଟି ୧୦ ଲକ୍ଷ ୪୫ ହଜାର ୨୮୪ରେ ପହଞ୍ଚିଛି।

ଦେଶରେ ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୫୯ ହଜାର ୪୪ ଜଣ କରୋନାରେ ପ୍ରାଣ ହରାଇସାରିଥିବା ବେଳେ ୨ ଲକ୍ଷ ୩୪ ହଜାର ୪୦୬ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଦେଶରେ ୩ କୋଟି ୫୦ ଲକ୍ଷ ୬୪ ହଜାର ୫୩୬ ଜଣ କରୋନା ଟିକା ନେଇସାରିଲେଣି।