ଭୁବନେଶ୍ୱର,ଏନ୍ଏନ୍ଏସ୍: ଓଡ଼ିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ‘ଦମନ’ର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି । ବାସ୍ତବ ଜୀବନରେ ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇବାରେ ଜଣେ ଯୁବ ଡାକ୍ତର ଓମକାର ହୋତା ମାନବିକତାର ଯେଉଁ ନୂଆ ଉଦାହରଣ ସୃଷ୍ଟି କରିଛନ୍ତି ତାହାକୁ ନେଇ ଫିଲ୍ମଟି ପ୍ରସ୍ତୁତ କରାଯାଇଛି । ସ୍ୱାସ୍ଥ୍ୟ ବିଭାଗ ସମେତ ସବୁ ସରକାରୀ କର୍ମଚାରୀଙ୍କ ମଧ୍ୟରେ ସେବା ମନୋଭାବକୁ ଆହୁରି ମଜଭୁତ କରିବା ଦିଗରେ ଏହା ପ୍ରଭାବିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।
କରୋନା ମହାମାରୀ ସମୟରେ ଯେଭଳି ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ସମନ୍ୱୟ ରଖି ସେବା ଯୋଗାଇଛନ୍ତି ତାହା ଏକ ସୁସ୍ଥ ଓ ସଚେତନ ସାମାଜ ବିକାଶ କରିପାରିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ବିଶ୍ୱାସ ପ୍ରକଟ କରିଛନ୍ତି ।